ରାଜ୍ୟରେ ଗୋଟିଏ ଦିନରେ ୭୨୦ କରୋନା ଆକ୍ରାନ୍ତ ଚିହ୍ନଟ

0 68

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୬୧୫୩

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୭୨୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୬୧୫୩ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୭୯୪୦୭ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ସଂଖ୍ୟା ୯୬୭୨ ରହିଛି ।

ଆଜି ଚିହ୍ନଟ ହୋଇଥିବା ୭୨୦ ଜଣଙ୍କ ମଧ୍ୟରୁ ୪୨୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୯୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୨୭୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ଅନୁଗୋଳ ଜିଲ୍ଲାରୁ ୧୫, ବାଲେଶ୍ୱରରୁ ୧୯, ବରଗଡ଼ରୁ ୨, ଭଦ୍ରକ୍ ରୁ ୨୨, ବଲାଙ୍ଗୀରରୁ ୪, ବୌଦ୍ଧରୁ ୧, କଟକରୁ ୯୧, ଦେବଗଡରୁ ୫, ଢେଙ୍କାନାଳରୁ ୧୫, ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତିଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୫ ଜଗତସିଂହପୁରରୁ ୩୩, ଯାଜପୁରରୁ ୨୮, ଝାରସୁଗୁଡାରୁ ୩, କଳାହାଣ୍ଡିରୁ ୫, କନ୍ଧମାଳରୁ ୯, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଧା ଜିଲ୍ଲାରୁ ୨୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ମାଲକାନାଗିରିରୁ ୪, ମୟୁରଭଞ୍ଜରୁ ୨୯ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧, ନୟାଗଡରୁ ୧୮ , ନୂଆପଡାରୁ ୨, ପୁରୀରୁ ୧୬, ରାୟଗଡାରୁ ୮, ସମ୍ବଲପୁରରୁ ୬, ସୂବର୍ଣ୍ଣପୁରରୁ ୩, ସୁନ୍ଦରଗଡରୁ ୧୧ ଓ ଷ୍ଟେଟପୁଲରୁ ୬୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.