କରୋନାରେ ଦେଶରେ ଗତ ୨୪ ଘଂଟାରେ ୨୫,୧୬୬ ନୂଆ ମାମଲା

0 72

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୨୫,୧୬୬ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୪୩୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩,୬୯,୮୪୬ ଥିବା ବେଳେ ବର୍ତମାନ ସୁଦ୍ଧା ୪,୩୨,୬୪୨ ଜଣ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୫,୬୩,୯୮୫ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୪୯,୬୬,୨୯,୫୨୪ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛିା

Leave A Reply

Your email address will not be published.