୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

0 73

ଭୁବନେଶ୍ୱର : ଆସନ୍ତା ୨୪ଘଂଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ଓ ବରଗଡ଼ ଆଦି ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଅଗଷ୍ଟ ୧୯ରୁ ୨୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକୁ ବି ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.