ରାଜ୍ୟରେ ଗୋଟିଏ ଦିନରେ ୧୦୪୧ କରୋନା ଆକ୍ରାନ୍ତ ଚିହ୍ନଟ

0 72

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୮୧୮୭

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୦୪୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୮୧୮୭ ବୃଦ୍ଧି ପାଇଛି । ୧୮ ବର୍ଷରୁ କମ ୧୨୮ ଜଣ ସଂକ୍ରମିତ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୮୧୩୧୬ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ସଂଖ୍ୟା ୯୬୬୪ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୦୪୧ ଜଣଙ୍କ ମଧ୍ୟରୁ ୬୦୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୩୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୩୯୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ଅନୁଗୋଳ ଜିଲ୍ଲାରୁ ୨୯, ବାଲେଶ୍ୱରରୁ ୨୨, ବରଗଡ଼ରୁ ୭, ଭଦ୍ରକ୍ ରୁ ୧୫, ବଲାଙ୍ଗୀରରୁ ୨, ବୌଦ୍ଧରୁ ୧, କଟକରୁ ୧୭୬, ଦେବଗଡରୁ ୭, ଢେଙ୍କାନାଳରୁ ୧୫, ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତିଜିଲ୍ଲାରୁ ୧, ଗଞ୍ଜାମରୁ ୫ ଜଗତସିଂହପୁରରୁ ୪୩, ଯାଜପୁରରୁ ୫୬, ଝାରସୁଗୁଡାରୁ ୧ କଳାହାଣ୍ଡିରୁ ୪, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୩୭, କେନ୍ଦୁଝରରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଧା ଜିଲ୍ଲାରୁ ୩୯୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ମାଲକାନାଗିରିରୁ ୩, ମୟୁରଭଞ୍ଜରୁ ୩୬ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧, ନୟାଗଡରୁ ୧୬ , ନୂଆପଡାରୁ ୧, ପୁରୀରୁ ୩୪, ରାୟଗଡାରୁ ୫, ସମ୍ବଲପୁରରୁ ୯, ସୂବର୍ଣ୍ଣପୁରରୁ ୧, ସୁନ୍ଦରଗଡରୁ ୧୩ ଓ ଷ୍ଟେଟପୁଲରୁ ୮୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.