ରାଜ୍ୟରେ ଗୋଟିଏ ଦିନରେ ୯୮୬ କରୋନା ଆକ୍ରାନ୍ତ ଚିହ୍ନଟ

0 70

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୯୧୭୩

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୯୮୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୯୧୭୩ ବୃଦ୍ଧି ପାଇଛି । ୧୮ ବର୍ଷରୁ କମ ୧୨୮ ଜଣ ସଂକ୍ରମିତ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୮୨୩୧୯ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ସଂଖ୍ୟା ୯୫୭୮ ରହିଛି ।

ଆଜି ଚିହ୍ନଟ ହୋଇଥିବା ୯୮୬ ଜଣଙ୍କ ମଧ୍ୟରୁ ୫୭୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୧୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୩୭୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ଅନୁଗୋଳ ଜିଲ୍ଲାରୁ ୨୪, ବାଲେଶ୍ୱରରୁ ୨୫, ବରଗଡ଼ରୁ ୧, ଭଦ୍ରକ୍ ରୁ ୧୪, ବଲାଙ୍ଗୀରରୁ ୧୭ ଜଣ ସଂକ୍ରମିତ ହୋଇଥିବା ବେଳେ, ବୌଦ୍ଧରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ସେହିପରି କଟକରୁ ୧୩୯, ଦେବଗଡରୁ ୯, ଢେଙ୍କାନାଳରୁ ୧୫, ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତିଜିଲ୍ଲାରୁ ୧, ଗଞ୍ଜାମରୁ ୮ ଜଗତସିଂହପୁରରୁ ୪୫, ଯାଜପୁରରୁ ୪୯, ଝାରସୁଗୁଡାରୁ ୧ କଳାହାଣ୍ଡିରୁ ୬, କନ୍ଧମାଳରୁ ୧୨, କେନ୍ଦ୍ରାପଡ଼ାରୁ ୨୩, କେନ୍ଦୁଝରରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଧା ଜିଲ୍ଲାରୁ ୩୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ମାଲକାନାଗିରିରୁ ୧ ମୟୁରଭଞ୍ଜରୁ ୩୨ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୬, ନୟାଗଡରୁ ୨୦, ନୂଆପଡାରୁ ୧, ପୁରୀରୁ ୩୨, ରାୟଗଡାରୁ ୪, ସମ୍ବଲପୁରରୁ ୧୫, ସୂବର୍ଣ୍ଣପୁରରୁ ୧, ସୁନ୍ଦରଗଡରୁ ୧୩ ଓ ଷ୍ଟେଟପୁଲରୁ ୮୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.