ରାଜ୍ୟରେ ୨୪ ଘଂଟାରେ ୮୫୩ କରୋନା ଆକ୍ରାନ୍ତ ଚିହ୍ନଟ

0 72

-୧୮ ବର୍ଷରୁ ୧୦୦ ଜଣ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୮୫୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୦୯୩୭ ବୃଦ୍ଧି ପାଇଛି । ୧୮ ବର୍ଷରୁ କମ ୧୦୦ ଜଣ ସଂକ୍ରମିତ ହୋଇଛନ୍ତି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୮୪୨୨୪ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ସଂଖ୍ୟା ୯୩୦୨ ରହିଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି ।

ଆଜି ଚିହ୍ନଟ ହୋଇଥିବା ୮୫୩ ଜଣଙ୍କ ମଧ୍ୟରୁ ୪୯୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୫୭ ଜଣ ସ୍ଥାନୀୟ ବ୍ୟକ୍ତି ରହିଛନ୍ତି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୨୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ଅନୁଗୋଳ ଜିଲ୍ଲାରୁ ୨୯, ବାଲେଶ୍ୱରରୁ ୪୬, ବରଗଡ଼ରୁ ୧୨, ଭଦ୍ରକ୍ ରୁ ୧୮, ବଲାଙ୍ଗୀରରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ , କଟକରୁ ୧୪୦, ଦେବଗଡରୁ ୧୩ , ଢେଙ୍କାନାଳରୁ ୧୦,ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୧, ଗଞ୍ଜାମରୁ ୧୧, ଜଗତସିଂହପୁରରୁ ୩୨, ଯାଜପୁରରୁ ୩୩, ଝାରସୁଗୁଡାରୁ ୨, କଳାହାଣ୍ଡିରୁ ୩, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୨୧, କେନ୍ଦୁଝରରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଧା ଜିଲ୍ଲାରୁ ୨୮୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ମାଲକାନାଗିରିରୁ ୧, ମୟୁରଭଞ୍ଜରୁ ୨୧ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୟାଗଡରୁ ୨୨, ପୁରୀରୁ ୩୫, ରାୟଗଡାରୁ ୪, ସମ୍ବଲପୁରରୁ ୧୯, ସୂବର୍ଣ୍ଣପୁରରୁ ୧, ସୁନ୍ଦରଗଡରୁ ୧୨ ଓ ଷ୍ଟେଟପୁଲରୁ ୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.