ରାଜ୍ୟରେ୨୪ ଘଂଟାରେ ୭୬୧ କରୋନା ଆକ୍ରାନ୍ତ ଚିହ୍ନଟ

0 75

-୧୮ ବର୍ଷରୁ ୧୦୧ ଜଣ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୭୬୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୧୬୯୮ ବୃଦ୍ଧି ପାଇଛି । ୧୮ ବର୍ଷରୁ କମ ୧୦୧ ଜଣ ସଂକ୍ରମିତ ହୋଇଛନ୍ତି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୮୫୩୦୨ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ସଂଖ୍ୟା ୮୯୧୭ ରହିଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି ।

ଆଜି ଚିହ୍ନଟ ହୋଇଥିବା ୭୬୧ ଜଣଙ୍କ ମଧ୍ୟରୁ ୪୪୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୧୮ ଜଣ ସ୍ଥାନୀୟ ବ୍ୟକ୍ତି ରହିଛନ୍ତି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୨୮୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ଅନୁଗୋଳ ଜିଲ୍ଲାରୁ ୧୬, ବାଲେଶ୍ୱରରୁ ୫୨, ବରଗଡ଼ରୁ ୧୮, ଭଦ୍ରକ୍ ରୁ ୮, ବଲାଙ୍ଗୀରରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ , ବୌଦ୍ଧରୁ ଜଣେ, କଟକରୁ ୧୧୭, ଦେବଗଡରୁ ୧୨ , ଢେଙ୍କାନାଳରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୨, ଗଞ୍ଜାମରୁ ୩, ଜଗତସିଂହପୁରରୁ ୧୮, ଯାଜପୁରରୁ ୩୫, ଝାରସୁଗୁଡାରୁ ୧, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧୫, କେନ୍ଦୁଝରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଧା ଜିଲ୍ଲାରୁ ୨୮୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ମାଲକାନାଗିରିରୁ ୨, ମୟୁରଭଞ୍ଜରୁ ୨୪ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ, ନୟାଗଡରୁ ୧୨, ପୁରୀରୁ ୧୩, ରାୟଗଡାରୁ ୫, ସମ୍ବଲପୁରରୁ ୨୦, ସୂବର୍ଣ୍ଣପୁରରୁ ୧, ସୁନ୍ଦରଗଡରୁ ୧୦ ଓ ଷ୍ଟେଟପୁଲରୁ ୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.