ରାଜ୍ୟରେ ୨୪ ଘଂଟାରେ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ

0 73

-୧୮ ବର୍ଷରୁ ୧୩୦ ଜଣ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟାରେ ଆଉ ୮୪୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୪୦୫୯ ବୃଦ୍ଧି ପାଇଛି । ୧୮ ବର୍ଷରୁ କମ ୧୩୦ ଜଣ ସଂକ୍ରମିତ ହୋଇଛନ୍ତି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୮୮୦୯୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮୮ ରହିଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି ।

ଆଜି ଚିହ୍ନଟ ହୋଇଥିବା ୮୪୯ ଜଣଙ୍କ ମଧ୍ୟରୁ ୪୯୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୫୭ ଜଣ ସ୍ଥାନୀୟ ବ୍ୟକ୍ତି ରହିଛନ୍ତି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୩୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ଅନୁଗୋଳ ଜିଲ୍ଲାରୁ ୧୯, ବାଲେଶ୍ୱରରୁ ୪୮, ବରଗଡ଼ରୁ ୧୫, ଭଦ୍ରକ୍ ରୁ ୯ ଜଣ , ବୌଦ୍ଧରୁ ଜଣେ ସଂକ୍ରମିତ ହୋଇଥିବା ବେଳେ , କଟକରୁ ୧୧୫, ଦେବଗଡରୁ ୯ , ଢେଙ୍କାନାଳରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୧, ଗଞ୍ଜାମରୁ ୬,ଜଗତସିଂହପୁରରୁ ୪୨, ଯାଜପୁରରୁ ୪୨, ଝାରସୁଗୁଡାରୁ ୧, କଳାହାଣ୍ଡିରୁ ୩, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୨୪, କେନ୍ଦୁଝରରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଧା ଜିଲ୍ଲାରୁ ୩୧୩ ଓ କୋରାପୁଟ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ମାଲକାନାଗିରିରୁ ୨, ମୟୁରଭଞ୍ଜରୁ ୨୬ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୟାଗଡରୁ ୧୯, ନୂଆପଡାରୁ ୧, ପୁରୀରୁ ୨୨, ରାୟଗଡାରୁ ୨, ସମ୍ବଲପୁରରୁ ୨୦, ସୁନ୍ଦରଗଡରୁ ୧୫ ଓ ଷ୍ଟେଟପୁଲରୁ ୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.