ପିପିଲି ଉପନିର୍ବାଚନ ପାଇଁ ବାଟ ଫିଟିଲା

0 71

ଭୁବନେଶ୍ୱର : ଖୁବ୍ଶୀଘ୍ର ଘୋଷଣା ହୋଇପାରେ ପିପିଲି ଉପନିର୍ବାଚନ ତାରିଖ । କରୋନା ମହାମାରୀ ସମୟରେ କିଭଳି ନିର୍ବାଚନ କରାଯିବ, ସେନେଇ ସମସ୍ତ ରାଜନୈତିକ ଦଳଗୁଡିକର ମତାମତ ଲୋଡିଛନ୍ତି ନିର୍ବାଚନ କମିଶନ । ଅଗଷ୍ଟ ୩୦ ସୁଦ୍ଧା ମତାମତ ଦେବା ପାଇଁ କୁହାଯାଇଛି । ଆଗକୁ ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଓ ଅନେକ ରାଜ୍ୟରେ ଉପନିର୍ବାଚନ ହେବାର ଅଛି । ତେଣୁ ନିର୍ବାଚନ କିପରି କରାଯିବ, ପ୍ର·ର କିପରି କରାଯିବ, ଏନେଇ ସ୍ୱତନ୍ତ୍ର ଗାଇଡଲାଇନ ପ୍ରସ୍ତୁତ କରିଛନ୍ତି ନିର୍ବାଚନ କମିଶନ । ପିପିଲି ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରଦୀପ ମହାରଥିଙ୍କ ଦେହାନ୍ତ ପରେ ଖାଲି ପଡିଥିଲା ଆସନ । ପରବର୍ତ୍ତୀ ସମୟରେ ଉପ ନିର୍ବାଚନ ହେବା ନେଇ ତାରିଖ ଘୋଷଣା ସରିଥିଲା ।

ସମସ୍ତ ରାଜନୈତିକ ଦଳ ଗୁଡ଼ିକ ମଧ୍ୟ ପ୍ରାର୍ଥୀ ଘୋଷଣା କରିଥିଲେ । ପ୍ରଚାର, ପ୍ରସାର ମଧ୍ୟ ଜୋରସୋର କରାଯାଇଥିଲା । କିନ୍ତୁ ପ୍ରଚାରର ଅନ୍ତିମ ଦିନରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ଘଟିଥିଲା । ଫଳରେ ନିର୍ବାଚନ ହେବା ନେଇ ସାନି ତାରିଖ ଘୋଷଣା କରିଥିଲେ କମିଶନ । ପରବର୍ତ୍ତୀ ସମୟରେ ଦେଶରେ କୋଭିଡର ଦ୍ୱିତୀୟ ଲହରୀ ପ୍ରବାହିତ ହୋଇଥିଲା । ସଂକ୍ରମଣ ସଂଖ୍ୟା ପିକ୍ରେ ପହଞ୍ଚିଥିଲା । ରାଜ୍ୟ ସରକାର ଦେଶରେ ତାଲାବନ୍ଦ ଘୋଷଣା କରିଥିଲେ । ଫଳରେ ଅନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ଉପନିର୍ବାଚନ ସ୍ଥଗିତ ରଖାଯାଇଥିଲା । କୋଭିଡ ସଂକ୍ରମଣ ହାର କମିବା ପରେ ନିର୍ବାଚନ ହେବା ନେଇ ଆଶଙ୍କା କରାଯାଉଥିବା ବେଳେ ବର୍ତ୍ତମାନ ନିର୍ବାଚନ କମିଶନଙ୍କ ନୋଟିସ ଖୁବଶୀଘ୍ର ନିର୍ବାଚନ ହେବା ନେଇ ଆଶା ପ୍ରକଟ କରିଛି ।

Leave A Reply

Your email address will not be published.