ରାଜ୍ୟରେ ଗୋଟିଏ ଦିନରେ ୮୧୬ କରୋନା ଆକ୍ରାନ୍ତ ଚିହ୍ନଟ

0 71

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୪୮୭୫

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୮୧୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୪୮୭୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୦୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୮୮୮୫୪ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୮୨୭୧ ରହିଛି ।

ଆଜି ଚିହ୍ନଟ ହୋଇଥିବା ୮୧୬ ଜଣଙ୍କ ମଧ୍ୟରୁ ୪୭୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୪୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୩୯୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪୬ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୧୬, ଦେବଗଡ ଜିଲ୍ଲାରୁ ୧୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୯ ଜଣ, ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୩୪ ଜଣ, ଯାଜପୁରରୁ ୩୧ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୪ ଜଣ, କନ୍ଧମାଳ ଜିଲ୍ଲାରୁ ୩ ଜଣ. କେନ୍ଦ୍ରାପଡ଼ାରୁ ୨୯ ଜଣ, କେନ୍ଦୁଝରରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୯୧ ଜଣ, କୋରାପୁଟରୁ ୫ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୭ ଜଣ, ନବରଙ୍ଗପୁରରୁ ଜଣେ ହେେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୧୨ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୧ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୮ ଜଣ, ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ୍ ପୁଲରୁ ୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.