ରୋଗୀ ବେଡ଼ରୁ ୨୦ ହଜାର ଲୁଟ୍

0 51

ଖୋର୍ଦ୍ଧା : ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରୁ ଜଣେ ଗରିବ ରୋଗୀର ୨୦ ହଜାର ଟଙ୍କା ଚୋରି ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଦନ୍ତ ହେଉଛି ।

ସୂଚନା ମୁତାବକ, ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ତୁମୁରାପୁଟ ପଞ୍ଚାୟତ ଗୁଆଲଡିହ ଗ୍ରାମର ବାଦଲ ଦାସ (୨୨)ଙ୍କ ଝାଡ଼ାବାନ୍ତି ହେବାରୁ ପରିବାର ପକ୍ଷରୁ ଗତକାଲି ବିଳମ୍ବିତ ରାତ୍ରିରେ ତାଙ୍କୁ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ତେବେ ବାଦଲଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ପରିଲକ୍ଷିତ ନହେବାରୁ ତାଙ୍କୁ ଅନ୍ୟତ୍ର ଚିକିତ୍ସା ପାଇଁ ବାଦଲଙ୍କ ମାତା ପିତା ୨୦ ହଜାର ଟଙ୍କା ନେଇ ମେଡିକାଲକୁ ଆସିଥିଲେ । ଟଙ୍କା ଏବଂ ଅନ୍ୟାନ୍ୟ ଜିନିଷ ଏକ ବ୍ୟାଗରେ ରଖିଥିଲେ ।ପରେ ପୁଅ ବାଦଲର ଲୁଗାପଟା ଧୋଇବା ପାଇଁ ତାଙ୍କ ମା ଜୟନ୍ତୀ ଟଙ୍କା ବ୍ୟାଗକୁ ଶଜ୍ୟା ଉପରେ ରଖି ମେଡିକାଲ ଶୌଚାଳୟକୁ ଯାଇଥିଲେ । ହେଲେ ମା’ ଲୁଗା ସଫା କରି ଆସିବା ପରେ ବ୍ୟାଗରେ ଟଙ୍କା ନଥିବାର ଦେଖିବାକୁ ପାଇଥିଲେ । ଦମ୍ପତି ଜଣକ ଅତ୍ୟନ୍ତ ଗରିବ ପରିବାରର ହୋଇଥିବାବେଳେ ବହୁ କଷ୍ଟରେ ପୁଅର ଚିକିତ୍ସା ପାଇଁ ଟଙ୍କା ଯୋଗାଡ଼ କରିଥିଲେ । ତେବେ ଜୟନ୍ତୀ ଟଙ୍କା ଗଣିବା ସମୟରେ ନିକଟତମ ଶଜ୍ୟାରେ ଚିକିତ୍ସିତ ହେଉଥିବା ଜଣେ ରୋଗୀ ଦେଖିଥିବାର କହିଛନ୍ତି ଶିବରାମ । କିନ୍ତୁ ସମ୍ପୃକ୍ତ ବେଡ଼ରେ ଚିକିତ୍ସାଧିନ ରୋଗୀ ଲୁଟ୍ ପରେ ମେଡିକାଲରେ ନଥିଲେ ବୋଲି ଅଭିଯୋଗ କରୁଛନ୍ତି । ଏ ନେଇ ବାଣପୁର ମେଡିକାଲ ଅଧିକାରୀ ଡ଼ା. ରମାକାନ୍ତ ନାୟକଙ୍କୁ ପଚାରିବାରୁ ସେ ଉକ୍ତ ଘଟଣାର ପ୍ରାଥମିକ ତଦନ୍ତ ଆରମ୍ଭ କରିଥିବାର କହିଛନ୍ତି । ଅନୁରୂପ ଭାବେ ବାଦଲଙ୍କ ପରିବାର ପକ୍ଷରୁ ଏ ନେଇ ବାଣପୁର ଥାନାରେ ଏକ ଲିଖିତ ଅଭିଯୋଗ ହୋଇଛି । ତେବେ ମେଡିକାଲ ପରିସର ଭିତରୁ ଚୋରି ହେବା ଘଟଣା ବିଭାଗୀୟ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି କରୁଛି ।

Leave A Reply

Your email address will not be published.