ରାଜ୍ୟରେ ଗୋଟିଏ ଦିନରେ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ

0 53

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୦୬୫୦୩

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୮୪୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୦୬୫୦୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୧୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୯୦୭୯୬ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୭୮୨୦ ରହିଛି ।

ଆଜି ଚିହ୍ନଟ ହୋଇଥିବା ୭୭୯ ଜଣଙ୍କ ମଧ୍ୟରୁ ୪୯୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୮୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୩୬୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୧ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୫, କଟକରୁ ୯୮, ଦେବଗଡ ଜିଲ୍ଲାରୁ ୧୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ ଜଣ, ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୧ ଜଣ, ଯାଜପୁରରୁ ୩୨ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୨ ଜଣ. କେନ୍ଦ୍ରାପଡ଼ାରୁ ୨୭ ଜଣ, କେନ୍ଦୁଝରରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୩୬୧ ଜଣ, କୋରାପୁଟରୁ ୪ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୦ ଜଣ, ନବରଙ୍ଗପୁରରୁ ଜଣେ ହେେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୧୪ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୨୮ ଜଣ, ରାୟଗଡ଼ାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୫ ଜଣ, ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ୍ ପୁଲରୁ ୭୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.