ରାଜ୍ୟରେ ଗୋଟିଏ ଦିନରେ ୬୦୯ କରୋନା ଆକ୍ରାନ୍ତ ଚିହ୍ନଟ

0 66

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୭୧୧୨

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୬୦୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୭୧୧୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୯୧୬୩୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୭୫୨୮ ରହିଛି ।

ଆଜି ଚିହ୍ନଟ ହୋଇଥିବା ୬୦୯ ଜଣଙ୍କ ମଧ୍ୟରୁ ୩୫୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୫୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୦୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୧ ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୯, କଟକରୁ ୭୧, ଦେବଗଡ ଜିଲ୍ଲାରୁ ୧୦ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୩ ଜଣ, ଗଜପତି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ହୋଇଛନ୍ତି । ଗଞ୍ଜାମରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୦ ଜଣ, ଯାଜପୁରରୁ ୩୬ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳ ଜିଲ୍ଲାରୁ ୫ ଜଣ. କେନ୍ଦ୍ରାପଡ଼ାରୁ ୧୯ ଜଣ, କେନ୍ଦୁଝରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୦୯ ଜଣ, କୋରାପୁଟରୁ ୩ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୬ ଜଣ, ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୧୧ ଜଣ, ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୬ ଜଣ, ସୋନପୁରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ୍ ପୁଲରୁ ୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.