ରାଜ୍ୟରେ କରୋନାରେ ଆଉ ୬୮ ଜଣଙ୍କର ମୃତ୍ୟୁ

0 95

-ମୋଟ ମୃତ୍ୟୁ ସଂଖ୍ୟା ୭୯୬୯ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୬୮ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ତେବେ ଏହି ମୃତ୍ୟୁ ସଂଖ୍ୟା ରିଏଲ ଟାଇମ ନୁହେଁ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୭୯୬୯ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୨୨ ଜଣ ଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୧୧ ଓ ଜଗତସିଂହପୁର ଜିଲ୍ଲାରୁ ୮ ଜଣ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ପ୍ରାଣ ହରାଇଛନ୍ତି ।

କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ, ବାଲେଶ୍ୱର ଜିଲ୍ଲାରୁ ୫ ଜଣ ଓ ଢେଙ୍କାନାଳ ଜିଲ୍ଲାରୁ ୪ ଜଣଙ୍କର ପ୍ରାଣହାନି ଘଟିଛି । ଅପରପକ୍ଷରେ ପୁରୀ ଏବଂ ଭଦ୍ରକ ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଥବା ଜଣାଯାଇଛି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆ ଯାଇଛି ।

Leave A Reply

Your email address will not be published.