ରାଜ୍ୟରେ ଗୋଟିଏ ଦିନରେ ୭୧୯ କରୋନା ଆକ୍ରାନ୍ତ ଚିହ୍ନଟ

0 72

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୮୪୬୯

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୭୧୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୮୪୬୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୯୩୨୩୫ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୭୧୫୯ ରହିଛି ।

ଆଜି ଚିହ୍ନଟ ହୋଇଥିବା ୭୧୯ ଜଣଙ୍କ ମଧ୍ୟରୁ ୪୨୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୯୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୫୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪୩ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୬, କଟକରୁ ୮୯, ଦେବଗଡ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୩ ଜଣ, ଯାଜପୁରରୁ ୨୭ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ୪ ଜଣ. କେନ୍ଦ୍ରାପଡ଼ାରୁ ୨୮ ଜଣ, କେନ୍ଦୁଝରରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୫୯ ଜଣ, କୋରାପୁଟରୁ ୩ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୩୦ ଜଣ, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୧୧ ଜଣ, ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୪ ଜଣ, ରାୟଗଡ଼ାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୨ ଜଣ, ସୋନପୁରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ୍ ପୁଲରୁ ୫୭ ଜଣ ଆକ୍ରାନ୍ତ ଚିହ୍ନଟ ।

Leave A Reply

Your email address will not be published.