କରୋନାରେ ଦେଶରେ ଗତ ୨୪ ଘଂଟାରେ ୪୭,୦୯୨ ନୂଆ ମାମଲା

0 68

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୪୭,୦୯୨ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୫୦୯ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ମୋଟ କରୋନା ସଂଖ୍ୟା ୩,୨୮,୫୭,୯୩୭ ରେ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩,୮୯,୫୮୩ ଥିବା ବେଳେ ବର୍ତମାନ ସୁଦ୍ଧା ୪,୩୯,୫୨୯ ଭଜଣ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୮୪,୪୪୧ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୫୨,୪୮,୬୮,୭୩୪ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Leave A Reply

Your email address will not be published.