ରାଜ୍ୟରେ ଗୋଟିଏ ଦିନରେ ୭୫୪ କରୋନା ଆକ୍ରାନ୍ତ ଚିହ୍ନଟ

0 63

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୯୨୨୩

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୭୫୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୯୨୨୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୦୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୯୩୯୦୧ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୭୨୪୧ ରହିଛି ।

ଆଜି ଚିହ୍ନଟ ହୋଇଥିବା ୭୫୪ ଜଣଙ୍କ ମଧ୍ୟରୁ ୪୩୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୧୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୬୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪୩ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୩, କଟକରୁ ୧୧୦, ଦେବଗଡ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୫ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ୧ ଜଣ. କେନ୍ଦ୍ରାପଡ଼ାରୁ ୧୯ ଜଣ, କେନ୍ଦୁଝରରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୬୧ ଜଣ, କୋରାପୁଟରୁ ୯ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୩ ଜଣ, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୧୩ ଜଣ, ନୂଆପଡ଼ାରୁ ୭ , ପୁରୀରୁ ୨୮ ଜଣ, ରାୟଗଡ଼ାରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୩ ଜଣ, ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୨୬ ଜଣ ଓ ଷ୍ଟେଟ୍ ପୁଲରୁ ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.