ରାଜ୍ୟରେ ଗୋଟିଏ ଦିନରେ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ

0 69

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୦୦୭୨

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୮୪୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୦୦୭୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୨୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୯୪୬୩୯ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୭୩୪୫ ରହିଛି ।

ଆଜି ଚିହ୍ନଟ ହୋଇଥିବା ୮୪୯ ଜଣଙ୍କ ମଧ୍ୟରୁ ୪୯୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୫୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

Leave A Reply

Your email address will not be published.