ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୪୫,୩୫୨ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୩୬୬ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩,୯୯,୭୭୮ ଥିବା ବେଳେ ବର୍ତମାନ ସୁଦ୍ଧା ୪,୩୯,୮୯୫ଭଜଣ ମୃତ୍ୟୁ ବରଣ କରିଛନ୍ତି ।
ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୬୬,୩୩୪ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୫୨,୬୫,୩୫,୦୬୮ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା