ରାଜ୍ୟରେ ଗୋଟିଏ ଦିନରେ ୬୮୧ କରୋନା ଆକ୍ରାନ୍ତ ଚିହ୍ନଟ

0 64

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୦୭୫୩

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୬୮୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୦୭୫୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୯୫୪୭୪ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୭୧୮୬ ରହିଛି ।

ଆଜି ଚିହ୍ନଟ ହୋଇଥିବା ୬୮୧ ଜଣଙ୍କ ମଧ୍ୟରୁ ୩୯୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୮୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୨୨ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୪ ଜଣ, ବରଗଡ଼ରୁ ୧୪ ଜଣ, ଭଦ୍ରକରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ବୌଦ୍ଧ ଜିଲ୍ଲାରୁ ୩, କଟକରୁ ୧୦୧, ଦେବଗଡ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୯ ଜଣ, ଯାଜପୁରରୁ ୩୩ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୯ ଜଣ, କେନ୍ଦୁଝରରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୨୨ ଜଣ, କୋରାପୁଟରୁ ୩, ମାଲକାନଗିରି ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୭ ଜଣ, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୨୬ ଜଣ, ରାୟଗଡ଼ାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୦ ଜଣ, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୨୦ ଜଣ ଓ ଷ୍ଟେଟ୍ ପୁଲରୁ ୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.