ରାଜ୍ୟରେ କରୋନାରେ ଆଉ ୫ ଜଣଙ୍କର ମୃତ୍ୟୁ

0 77

-ମୋଟ ମୃତ୍ୟୁ ସଂଖ୍ୟା ୮୦୪୦ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୭ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ତେବେ ଏହି ମୃତ୍ୟୁ ସଂଖ୍ୟା ରିଏଲ ଟାଇମ ନୁହେଁ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୦୪୦ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ଭଦ୍ରକ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଅଛନ୍ତି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆ ଯାଇଛି ।

Leave A Reply

Your email address will not be published.