ରାଜ୍ୟରେ ଗୋଟିଏ ଦିନରେ ୬୦୯ କରୋନା ଆକ୍ରାନ୍ତ ଚିହ୍ନଟ

0 70

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୨୧୬୭

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୬୦୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୨୧୬୭ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୯୭୦୬୩ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୬୯୯୬ ରହିଛି ।

ଆଜି ଚିହ୍ନଟ ହୋଇଥିବା ୬୦୯ ଜଣଙ୍କ ମଧ୍ୟରୁ ୩୫୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୫୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୮୮ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୧ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୧୩, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଗଞ୍ଜାମରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୨ ଜଣ, ଯାଜପୁରରୁ ୩୧ ଜଣ, ଝାରସୁଗୁଡ଼ାରୁ ୫ ଜଣ ସଂକ୍ରମିତ ହୋଇଥିବା ବେଳେ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୧୩ ଜଣ, କେନ୍ଦୁଝରରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୧୮୮ ଜଣ, କୋରାପୁଟରୁ ୬, ମାଲକାନଗିରି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରରୁ ୫, ନୟାଗଡ଼ରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୬ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ୍ ପୁଲରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.