ରାଜ୍ୟରେ କରୋନାରେ ଆଉ ୮ ଜଣଙ୍କର ମୃତ୍ୟୁ

0 73

-ମୋଟ ମୃତ୍ୟୁ ସଂଖ୍ୟା ୮୦୫୫ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୮ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ତେବେ ଏହି ମୃତ୍ୟୁ ସଂଖ୍ୟା ରିଏଲ ଟାଇମ ନୁହେଁ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୦୫୫ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ସଂକ୍ରମିତ ଅଛନ୍ତି । ଏହାଛଡ଼ା ପୁରୀ ଓ ଗଞ୍ଜାମ ଜିଲ୍ଲାରୁ ଦୁଇ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି । ଏହାଛଡ଼ା ବାଲେଶ୍ୱର ଜିଲ୍ଲାରୁ ଜଣେ ମୃତକ ରହିଛନ୍ତି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆ ଯାଇଛି ।

Leave A Reply

Your email address will not be published.