ରାଜ୍ୟରେ ଗୋଟିଏ ଦିନରେ ୪୨୮ କରୋନା ଆକ୍ରାନ୍ତ ଚିହ୍ନଟ

0 68

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୭୨୬୧

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୪୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୭୨୬୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୨୯୦ ରହିଛି ।

ଆଜି ଚିହ୍ନଟ ହୋଇଥିବା ୪୨୮ ଜଣଙ୍କ ମଧ୍ୟରୁ ୨୫୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୭୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୨ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୭୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୮ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବଲାଙ୍ଗୀରରୁ ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଟିହ୍ନଟ ହୋଇ ନାହାନ୍ତି । କଟକରୁ ୪୬ , ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ୧, ଗଂଜାମ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଜଗତସିଂହପୁର ଜିଲ୍ଲାରୁ ୨୦ ଜଣ, ଯାଜପୁରରୁ ୨୧ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ଜଣେ ବେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୬ ଜଣ, କେନ୍ଦୁଝରରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୧୭୯ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୪, ପୁରୀରୁ ୧୫ ଜଣ, ରାୟଗଡ଼ାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୯, ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ୍ ପୁଲରୁ ୪୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.