ରାଜ୍ୟରେ ଗୋଟିଏ ଦିନରେ ୫୮୦ କରୋନା ଆକ୍ରାନ୍ତ ଚିହ୍ନଟ

0 69

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୮୨୯୮

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୫୮୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୮୨୯୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୦୪ ହଜାର ୧୬୪ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୯୬୩ ରହିଛି।

ଆଜି ଚିହ୍ନଟ ହୋଇଥିବା ୫୮୦ ଜଣଙ୍କ ମଧ୍ୟରୁ ୩୩୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୪୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୨ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୬୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୭ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବଲାଙ୍ଗୀରରୁ ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଟିହ୍ନଟ ହୋଇ ନାହାନ୍ତି । କଟକରୁ ୮୭ , ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଓ ଗଂଜାମ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଜଗତସିଂହପୁର ଜିଲ୍ଲାରୁ ୧୩ ଜଣ, ଯାଜପୁରରୁ ୨୯ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୧୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୧୦ ଜଣ, କେନ୍ଦୁଝରରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୬୧ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଅ ନାହାନ୍ତି । ନୟାଗଡ଼ରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୮ ଜଣ, ରାୟଗଡ଼ାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୬, ସୋନପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତିି । ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ୍ ପୁଲରୁ ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.