ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ

0 65

-ମୋଟ ମୃତ୍ୟୁ ସଂଖ୍ୟା ୮୧୧୮ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ତେବେ ଏହି ମୃତ୍ୟୁ ସଂଖ୍ୟା ରିଏଲ ଟାଇମ ନୁହେଁ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୧୧୮ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲାରୁ ୨ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ଜଣେ – ଜଣେ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆ ଯାଇଛି ।

Leave A Reply

Your email address will not be published.