ରାଜ୍ୟରେ ଗୋଟିଏ ଦିନରେ ୬୨୮ କରୋନା ଆକ୍ରାନ୍ତ ଚିହ୍ନଟ

0 68

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୮୯୨୬

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୬୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୮୯୨୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୦୪ ହଜାର ୮୪୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୯୦୬ ରହିଛି।

ଆଜି ଚିହ୍ନଟ ହୋଇଥିବା ୬୨୮ ଜଣଙ୍କ ମଧ୍ୟରୁ ୩୬୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୬୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୯୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୨ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବଲାଙ୍ଗୀରରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଟିହ୍ନଟ ହୋଇ ନାହାନ୍ତି । କଟକରୁ ୭୨, ଦେବଗଡ ଜିଲ୍ଲାରୁ ୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ୨ ଜଣ ଓ ଗଂଜାମ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଜଗତସିଂହପୁର ଜିଲ୍ଲାରୁ ୨୬ ଜଣ, ଯାଜପୁରରୁ ୧୯ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୯ ଜଣ, କେନ୍ଦୁଝରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୯୧ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୯ ଜଣ, ରାୟଗଡ଼ାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୮, ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିି । ସୁନ୍ଦରଗଡ଼ରୁ ୨୩ ଜଣ ଓ ଷ୍ଟେଟ୍ ପୁଲରୁ ୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.