ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ

0 62

-ମୋଟ ମୃତ୍ୟୁ ସଂଖ୍ୟା ୮୧୨୨ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ତେବେ ଏହି ମୃତ୍ୟୁ ସଂଖ୍ୟା ରିଏଲ ଟାଇମ ନୁହେଁ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୧୨୨ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଭଦ୍ରକ, କଟକ ଜଗତସିଂହପୁର ଓ ଖୋର୍ଧା ଜିଲ୍ଲାରୁ ଜଣେ – ଜଣେ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆ ଯାଇଛି ।

Leave A Reply

Your email address will not be published.