ରାଜ୍ୟରେ ଗୋଟିଏ ଦିନରେ ୬୯୫ କରୋନା ଆକ୍ରାନ୍ତ ଚିହ୍ନଟ

0 67

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୯୬୨୧

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୬୯୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୯୬୨୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୫ ହଜାର ୫୬୪ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୮୭୬ ରହିଛି।

ଆଜି ଚିହ୍ନଟ ହୋଇଥିବା ୬୯୫ ଜଣଙ୍କ ମଧ୍ୟରୁ ୪୦୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୯୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୩୨୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୦ ଜଣ, ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଇଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଟିହ୍ନଟ ହୋଇ ନାହାନ୍ତି । କଟକରୁ ୯୦ , ଦେବଗଡ ଜିଲ୍ଲାରୁ ୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ୨ ଜଣ ଓ ଗଂଜାମ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଜଗତସିଂହପୁର ଜିଲ୍ଲାରୁ ୨୫ ଜଣ, ଯାଜପୁରରୁ ୩୯ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୨ ଓ କନ୍ଧମାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ୮ ଜଣ, କେନ୍ଦୁଝରରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୩୨୩ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରି ଜିଲ୍ଲାରୁ ୪ , ମୟୂରଭଞ୍ଜରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ଼ରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୮ ଜଣ, ରାୟଗଡ଼ାରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୮, ସୋନପୁରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୨୬ ଜଣ ଓ ଷ୍ଟେଟ୍ ପୁଲରୁ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.