ରାଜ୍ୟରେ ଗୋଟିଏ ଦିନରେ ୬୨୩ କରୋନା ଆକ୍ରାନ୍ତ ଚିହ୍ନଟ

0 72

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୦୨୪୪

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୬୨୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୦୨୪୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୬ ହଜାର ୩୨୦ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୭୩୬ ରହିଛି ।

ଆଜି ଚିହ୍ନଟ ହୋଇଥିବା ୬୨୩ ଜଣଙ୍କ ମଧ୍ୟରୁ ୩୬୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୬୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୭୨ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮ ଜଣ, ବରଗଡ଼ରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଟିହ୍ନଟ ହୋଇ ନାହାନ୍ତି । କଟକରୁ ୭୪ , ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ୧ ଜଣ ଓ ଗଂଜାମ ଜିଲ୍ଲାରୁ ୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଜଗତସିଂହପୁର ଜିଲ୍ଲାରୁ ୨୯ ଜଣ, ଯାଜପୁରରୁ ୨୮ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧ ଓ କନ୍ଧମାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ୧୦ ଜଣ, କେନ୍ଦୁଝରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୭୨ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୪ ଜଣ ସଂକ୍ରମିତ ହୋଇଥିବା ବେଳେ , ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । , ମୟୂରଭଞ୍ଜରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ଼ରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୭ ଜଣ, ରାୟଗଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୫, ସୋନପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୨୭ ଜଣ ଓ ଷ୍ଟେଟ୍ ପୁଲରୁ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.