ରାଜ୍ୟରେ ଗୋଟିଏ ଦିନରେ ୫୧୦ କରୋନା ଆକ୍ରାନ୍ତ ଚିହ୍ନଟ

0 71

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୦୭୫୪

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୫୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୦୭୫୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭ ହଜାର ୦୬୬ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୪୯୪ ରହିଛି ।

ଆଜି ଚିହ୍ନଟ ହୋଇଥିବା ୫୧୦ ଜଣଙ୍କ ମଧ୍ୟରୁ ୨୯୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୧୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୯୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକରୁ ୯ ଜଣ ଓ ବଲାଙ୍ଗୀରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୭୮ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୭ ଜଣ ଓ ଗଂଜାମ ଜିଲ୍ଲାରୁ ୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଜଗତସିଂହପୁର ଜିଲ୍ଲାରୁ ୨୨ ଜଣ, ଯାଜପୁରରୁ ୨୨ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧ ଓ କନ୍ଧମାଳ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ୭ ଜଣ, କେନ୍ଦୁଝରରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୧୯୭ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୩ ଜଣ ସଂକ୍ରମିତ ହୋଇଥିବା ବେଳେ , ମାଲକାନଗିରି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୯, ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୩ ଜଣ ଓ ଷ୍ଟେଟ୍ ପୁଲରୁ ୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.