ରାଜ୍ୟରେ ଗୋଟିଏ ଦିନରେ ୪୬୨ କରୋନା ଆକ୍ରାନ୍ତ ଚିହ୍ନଟ

0 72

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୧୨୧୬

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୪୬୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୧୨୧୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭ ହଜାର ୬୬୬ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୩୫୧ ରହିଛି ।

ଆଜି ଚିହ୍ନଟ ହୋଇଥିବା ୪୬୨ ଜଣଙ୍କ ମଧ୍ୟରୁ ୨୬୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୯୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୦୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୪,ଭଦ୍ରକରୁ ୧୬ ଜଣ ଓ ବଲାଙ୍ଗୀରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୩୦ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୧ଓ ଢେଙ୍କାନାଳ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୨ ଜଣ ଓ ଗଂଜାମ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଜଗତସିଂହପୁର ଜିଲ୍ଲାରୁ ୩୧ ଜଣ, ଯାଜପୁରରୁ ୨୮ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୨ ଓ କନ୍ଧମାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ୧୦ ଜଣ, କେନ୍ଦୁଝରରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୦୧ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୨, ସୋନପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ୍ ପୁଲରୁ ୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.