ରାଜ୍ୟରେ ଗୋଟିଏ ଦିନରେ ୭୩୪ କରୋନା ଆକ୍ରାନ୍ତ ଚିହ୍ନଟ

0 65

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୧୨୧୬

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୭୩୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୧୯୫୦ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୦୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮ ହଜାର ୨୨୬ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୫୨୧ ରହିଛି ।

ଆଜି ଚିହ୍ନଟ ହୋଇଥିବା ୭୩୪ ଜଣଙ୍କ ମଧ୍ୟରୁ ୪୨୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୧୦ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୩୩୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୫,ଭଦ୍ରକରୁ ୧୦ ଜଣ ସଂକ୍ରମିତ ହୋଇଥିବା ବେଳେ ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିି ।

କଟକରୁ ୯୧ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୧ ଜଣ ଓ ଗଂଜାମ ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଜଗତସିଂହପୁର ଜିଲ୍ଲାରୁ ୩୨ ଜଣ, ଯାଜପୁରରୁ ୨୯ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ କନ୍ଧମାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ୬ ଜଣ, କେନ୍ଦୁଝରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୩୩୫ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୪ ଜଣ ଓ ମାଲକାନଗିରି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀରୁ ୧୭ ଜଣ, ରାୟଗଡ଼ାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୭, ସୋନପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ୍ ପୁଲରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.