ରାଜ୍ୟରେ ଗୋଟିଏ ଦିନରେ ୬୪୪ କରୋନା ଆକ୍ରାନ୍ତ ଚିହ୍ନଟ

0 67

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୨୫୯୪

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୬୪୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୨୫୯୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮ ହଜାର ୬୭୧ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୭୧୩ ରହିଛି ।

ଆଜି ଚିହ୍ନଟ ହୋଇଥିବା ୬୪୪ ଜଣଙ୍କ ମଧ୍ୟରୁ ୩୭୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୬୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୮୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ଭଦ୍ରକରୁ ୫ ଜଣ ସଂକ୍ରମିତ ହୋଇଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ୫ ଜଣ ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିି ।

କଟକରୁ ୭୭ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୪ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୧ ଜଣ ଓ ଗଂଜାମ ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଜଗତସିଂହପୁର ଜିଲ୍ଲାରୁ ୨୮ ଜଣ, ଯାଜପୁରରୁ ୨୦ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ କନ୍ଧମାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ୧୧ ଜଣ, କେନ୍ଦୁଝରରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୮୩ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ମାଲକାନଗିରି ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୨୨ ଜଣ, ରାୟଗଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୦, ସୋନପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ୍ ପୁଲରୁ ୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.