ରାଜ୍ୟରେ ଗୋଟିଏ ଦିନରେ ୬୦୨ କରୋନା ଆକ୍ରାନ୍ତ ଚିହ୍ନଟ

0 67

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୩୭୩୫

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୬୦୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୩୭୩୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୯ ହଜାର ୫୮୨ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୯୩୦ ରହିଛି ।

ଆଜି ଚିହ୍ନଟ ହୋଇଥିବା ୬୦୨ ଜଣଙ୍କ ମଧ୍ୟରୁ ୩୫୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୪୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୬୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକରୁ ୭ ଜଣ ସଂକ୍ରମିତ ହୋଇଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ଜଣେ ଓ ବୌଦ୍ଧ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କଟକରୁ ୭୪ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୨ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୭ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଂଜାମ ଜିଲ୍ଲାରୁ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଜଗତସିଂହପୁର ଜିଲ୍ଲାରୁ ୩୪ ଜଣ, ଯାଜପୁରରୁ ୧୬ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୩. କନ୍ଧମାଳ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୬୬ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୩, ସୋନପୁରରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ୍ ପୁଲରୁ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.