ହୀରାକୁଦ ଡ଼୍ୟାମର ୬ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ

0 65

ସମ୍ବଲପୁର : ଆଜି ଦିନ ୧୨ଟା ସୁଦ୍ଧା ହୀରାକୁଦ ଡ଼୍ୟାମର ମୋଟ୍ ୬ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଡ଼୍ୟାମ୍ ର ବାମ ପାଶ୍ୱର୍ ଡାଇକ୍ ର ୪ଟି ଏବଂ ଡ଼ାହାଣ ପାଶ୍ୱର୍ ଡାଇକ୍ ର ୨ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଜଳ ଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ଜଳ ଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୨୧ ହଜାର ୯୨୪ ଘନଫୁଟ୍ ଜଳ ପ୍ରବେଶ କରୁଛି । ସେହି ସମୟରେ ମୋଟ୍ ୬ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ପ୍ରତି ସେକେଣ୍ଡରେ ୧ ଲକ୍ଷ ୨୬ ହଜାର ୨୦୯ ଘନଫୁଟ୍ ରୁ ଉର୍ଦ୍ଧ୍ୱ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଜଳ ଭଣ୍ଡାରର ଜଳ ପତନ ଦିନ ୧୨ଟା ସୁଦ୍ଧା ୬୨୯.୫୮ ଫୁଟ୍ ରହିଛି ।

Leave A Reply

Your email address will not be published.