ରାଜ୍ୟରେ ଗୋଟିଏ ଦିନରେ ୪୪୪ କରୋନା ଆକ୍ରାନ୍ତ ଚିହ୍ନଟ

0 63

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୪୭୬୪

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୪୪୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୪୭୬୪କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୦ ହଜାର ୮୨୯ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୭୦୨ ରହିଛି।

ଆଜି ଚିହ୍ନଟ ହୋଇଥିବା ୪୪୪ ଜଣଙ୍କ ମଧ୍ୟରୁ ୨୫୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୮୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୭୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧,ଭଦ୍ରକରୁ ୪ ଜଣ ସଂକ୍ରମିତ ହୋଇଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକରୁ ୭୩ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୧ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଜଗତସିଂହପୁର ଜିଲ୍ଲାରୁ ୧୩ ଜଣ, ଯାଜପୁରରୁ ୨୨ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୫ ଜଣ, କେନ୍ଦୁଝରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୧୭୦ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୩୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀରୁ ୭ ଜଣ, ରାୟଗଡ଼ାରୁ ୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୭, ସୋନପୁରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ୍ ପୁଲରୁ ୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.