୩ ମାଙ୍କଡ଼ା ପଥର ବୋଝେଇ ଟ୍ରାକ୍ଟର ଜବତ, ୩ ଗିରଫ

0 73

ଖୋର୍ଦ୍ଧା : ଗତକାଲି ବିଳମ୍ବିତ ରାତିରେ ଟାଙ୍ଗୀ ପୋଲିସ୍ ଉଗ୍ରତାରା ରୋଡରେ ଚଢ଼ଉ କରି ୩ଟି ମାଙ୍କଡା ପଥର ବୋଝେଇ ଟ୍ରାକ୍ଟର ଜବତ କରିବା ସହ ଘଟଣାରେ ୩ ଜଣ ଟ୍ରାକ୍ଟର ଚାଳକଙ୍କୁ ଗିରଫ କରିଛି ।

ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଅଂଚଳରେ ଦିନକୁ ଦିନ ବେଆଇନ ପଥର ଖଣି ମାଫିଆଙ୍କ ଆତଙ୍କରାଜ ବୃଦ୍ଧି ପାଇବାରେ ଲାଗିଛି । ରାତି ଅଧରେ ମାଫିଆମାନେ ବେଆଇନ ଭାବେ ଲକ୍ଷାଧିକ ଟଙ୍କାର ପଥର କାରବାର କରୁଛନ୍ତି । ଏହି ମାଙ୍କଡ଼ା ପଥର ଚୋରା ଚାଲାଣରେ ପ୍ରଶାସନ ଲକ୍ଷାଧିକ ଟଙ୍କାର ରାଜସ୍ୱ ହରାଉଛି । ତେବେ ଟାଙ୍ଗୀ ଅଞ୍ଚଳରେ ବ୍ୟାପକ ମାତ୍ରାରେ ମାଙ୍କଡା ପଥର ଚୋରା ଚାଲାଣ ହେଉଥିବା ଖବର ପାଇ ଟାଙ୍ଗୀ ପୋଲିସ୍ ଚଢ଼ଉ କରିଥିଲା । ଗତକାଲି ବିଳମ୍ବିତ ରାତିରେ ଟାଙ୍ଗୀ ପୋଲିସ୍ ଉଗ୍ରତାରା ରୋଡ୍ ରେ ଚଢ଼ଉ କରି ୩ଟି ମାଙ୍କଡା ପଥର ବୋଝେଇ ଟ୍ରାକ୍ଟର ଜବତ କରିବା ସହ ଘଟଣାରେ ୩ ଜଣ ଟ୍ରାକ୍ଟର ଚାଳକଙ୍କୁ ଗିରଫ କରିଛି । ଆଜି ସେମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ବିଜୟ କୁମାର ମଲିକ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.