ରାଜ୍ୟରେ ଗୋଟିଏ ଦିନରେ ୫୪୫ କରୋନା ଆକ୍ରାନ୍ତ ଚିହ୍ନଟ

0 66

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୫୩୦୯

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୫୪୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୫୩୦୯କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୧ ହଜାର ୪୮୨ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୫୮୭ ରହିଛି ।

ଆଜି ଚିହ୍ନଟ ହୋଇଥିବା ୫୪୫ ଜଣଙ୍କ ମଧ୍ୟରୁ ୩୧୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୨୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୧୮ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧,ଭଦ୍ରକରୁ ୧୦ ଜଣ ସଂକ୍ରମିତ ହୋଇଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକରୁ ୭୩ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୪ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୧, ଗଂଜାମ ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଜଗତସିଂହପୁର ଜିଲ୍ଲାରୁ ୩୭ ଜଣ, ଯାଜପୁରରୁ ୨୦ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ୧୦ ଜଣ, କେନ୍ଦୁଝରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୧୮ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୩ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ନୟାଗଡ଼ ଓ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ପୁରୀରୁ ୬ ଜଣ, ରାୟଗଡ଼ାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୩, ସୋନପୁରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ୍ ପୁଲରୁ ୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.