୮୮୯ ସ୍କୁଲର ରୂପାନ୍ତରୀକରଣ ପାଇଁ ଓମ୍ବାଡିସି ପାଣ୍ଠିରୁ ୫୩୩.୪ କୋଟି ଟଙ୍କା ମଂଜୁର

0 65

ଭୁବନେଶ୍ୱର : ହାଇସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ଅଧୀନରେ ନୂତନ ଭାବେ ୮୮୯ ସ୍କୁଲ ପାଇଁ ୫୩୩ କୋଟି ୪୦ ଲକ୍ଷ ଟଙ୍କାର ନୂତନ ପ୍ରକଳ୍ପ ଅନୁମୋଦନ ପାଇଁ ଓମ୍ବାଡିସିଙ୍କୁ ପ୍ରେରଣ କରାଯାଇଥିଲା । ଓମ୍ବାଡିସି ବୋର୍ଡ କମିଟି ଦ୍ୱାରା ଏହା ଗୃହୀତ ହୋଇଥିଲା । ଏହା ଦ୍ୱାରା ଆଦିବାସୀ ଓ ଉପାନ୍ତ ଅଂଚଳ ରେ ଛାତ୍ରଛାତ୍ରୀ ଆନନ୍ଦଦାୟକ ଶିକ୍ଷା ପାଇପାରିବେ।

ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ ଦେବ, ଓମ୍ବାଡିସିର ମୁଖ୍ୟ ନିର୍ବାହୀ ଅଧିକାରୀ ଉମାନାନ୍ଦୁରୀ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଉପସ୍ଥିତିରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକର ନିଷ୍ପତି ଅନୁଯାୟୀ ଅନୁଗୋଳ ଜିଲ୍ଲାର ୧୬ଟି ସ୍କୁଲ ପାଇଁ ୯ କୋଟି ୬୦ ଲକ୍ଷ ଟଙ୍କା, ଦେବଗଡ଼ର ୪୭ ସ୍କୁଲ ପାଇଁ ୨୮ କୋଟି ୨୦ ଲକ୍ଷ ଟଙ୍କା, ଢେଙ୍କାନାଳ ଜିଲ୍ଲାର ୧୭ଟି ସ୍କୁଲ ପାଇଁ ୧୦ କୋଟି ୨୦ ଲ କ୍ଷ ଟଙ୍କ ।, ଯାଜପୁର ଜିଲ୍ଲାର ୧୯୫ ସ୍କୁଲ ପାଇଁ ୧୧୭ କୋଟି ଟଙ୍କ ।, ଝାରସୁଗୁଡ଼ା ଜିଲା୍ଲର ୮୦ଟି ସ୍କୁଲ ପାଇଁ ୪୮ କୋଟି ଟଙ୍କା, ମୟୂରଭଞ୍ଜ ଜିଲ୍ଲାର ୩୩୯ଟି ସ୍କୁଲ ପାଇଁ ୨୦୩ କୋଟି ୪୦ ଲକ୍ଷ ଟଙ୍କା ଏବଂ ସୁନ୍ଦରଗଡ଼ ଜିଲ୍ଲାର ୧୯୫ଟି ସ୍କୁଲ ପାଇଁ ୧୧୭ କୋଟି ଟଙ୍କା ହାଇସ୍କୁଲ ରୂପାନ୍ତରୀକରଣ ପାଇଁ ମଂଜୁର ହୋଇଛି । ପ୍ରତି ସ୍କୁଲ ପାଇଁ ୬୦ ଲକ୍ଷ ଟଙ୍କାର ବ୍ୟୟ ଅଟକଳ କରାଯାଇଥିବାବେଳେ ଏହି ସ୍କୁଲଗୁଡ଼ିକରେ ସ୍ମାର୍ଟ କ୍ଲାସ୍ରୁମ୍, ବିଜ୍ଞାନାଗାର, ଇ-ପାଠାଗାର, ସ୍କୁଲ ପରିବେଶର ଉନ୍ନତିକରଣ, ପୁରାତନ ଛାତ୍ର ସଂଘ ଏବଂ ସ୍କୁଲ ପରିଚାଳନା କମିଟି ଦ୍ୱାରା ସ୍କୁଲ ପରିଚାଳନା ଓ ପିଲାମାନଙ୍କ ଦକ୍ଷତା ବିକାଶ ପରିଚାଳନା ଆଦି ଏହି ଅର୍ଥରୁ ଭରଣା କରାଯିବ । ସେହିପରି ସ୍ମାର୍ଟ ବୋର୍ଡ, ଡିଜିଟାଲ୍ କ୍ଲାସ୍ ରୁମ୍ ପାଇଁ ଆବଶ୍ୟକୀୟ ଉପକରଣ ପରି ଆଇ.ସି.ଟି ଉପକରଣ, ସ୍କୁଲ ମୁଖ୍ୟଦ୍ୱାରର ପରିବର୍ତନ, ଖେଳପଡ଼ିଆର ଉନ୍ନତିକରଣ, ପାଠ୍ୟଖସଡ଼ାର ଉନ୍ନତିକରଣ, ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ତାଲିମ ଆଦି ପାଇଁ ମଧ୍ୟ ଏହି ଅର୍ଥ ଖର୍ଚ୍ଚ କରାଯିବ । ଗୋଷ୍ଠୀ ସଂପୃକ୍ତିକରଣ ଏବଂ ପୁରାତନ ବିଦ୍ୟାର୍ଥୀଙ୍କ ସହ ସ୍କୁଲ କମିଟିର ଯୋଗାଯୋଗ ମାଧ୍ୟମରେ ଏହି କାର୍ଯ୍ୟକ୍ରମଗୁଡ଼ିକର ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତ କରାଯିବ । ଏହି କାର୍ଯ୍ୟଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ତ୍ୱରିତ କାର୍ଯ୍ୟକାରୀ କରିବାକୁ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସାହୁ ସମସ୍ତ ଜିଲ୍ଲାପାଳଙ୍କୁ ଅନୁରୋଧ କରିଛନ୍ତି ।

ଏହି ବୈଠକରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରବର୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ମୋନା ଶର୍ମା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଶାସନ ସଚିବ ଭାସ୍କର ଶର୍ମା, ଓଡ଼ିଶା ସ୍କୁଲ ଶିକ୍ଷା ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.