ରାଜ୍ୟରେ ଗୋଟିଏ ଦିନରେ ୫୬୫ କରୋନା ଆକ୍ରାନ୍ତ ଚିହ୍ନଟ

0 67

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୫୮୭୪

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୫୬୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୫୮୭୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୨ ହଜାର ୧୧୬ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୫୧୩ ରହିଛି।

ଆଜି ଚିହ୍ନଟ ହୋଇଥିବା ୫୬୫ ଜଣଙ୍କ ମଧ୍ୟରୁ ୩୨୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୩୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୫୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨,ଭଦ୍ରକରୁ ୬ ଜଣ ସଂକ୍ରମିତ ହୋଇଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକରୁ ୬୧ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୩ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଜଗତସିଂହପୁର ଜିଲ୍ଲାରୁ ୨୦ ଜଣ, ଯାଜପୁରରୁ ୨୮ ଜଣ ସଂକ୍ରମିତ ହୋଇଥିବା ବେଳେ, ଝାରସୁଗୁଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୩, କନ୍ଧମାଳ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୫୬ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୨ ଜଣ ଓ ନୂଆପଡ଼ାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୧, ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ୍ ପୁଲରୁ ୫୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.