ରାଜ୍ୟରେ ଗୋଟିଏ ଦିନରେ ୬୦୨ କରୋନା ଆକ୍ରାନ୍ତ ଚିହ୍ନଟ

0 79

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୬୪୭୬

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୬୦୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୬୪୭୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୨ ହଜାର ୫୮୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୬୪୨ ରହିଛି।

ଆଜି ଚିହ୍ନଟ ହୋଇଥିବା ୬୦୨ ଜଣଙ୍କ ମଧ୍ୟରୁ ୩୫୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୪୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୮୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨,ଭଦ୍ରକରୁ ୫ ଜଣ ସଂକ୍ରମିତ ହୋଇଥିବା ବେଳେ ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକରୁ ୫୪ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୧ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧୪ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଜଗତସିଂହପୁର ଜିଲ୍ଲାରୁ ୧୮ ଜଣ, ଯାଜପୁରରୁ ୨୪ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ୬ ଜଣ, କେନ୍ଦୁଝରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୮୩ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୧ ଜଣ ଓ ନୂଆପଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀରୁ ୨୧ ଜଣ, ରାୟଗଡ଼ାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୩, ସୋନପୁରରୁ ୧ , ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ୍ ପୁଲରୁ ୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.