ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ବୀରେନ୍ଦ୍ର ଲାକ୍ରା

0 67

ଭୁବନେଶ୍ୱର : ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଟିମର ସଦସ୍ୟ ଓଡ଼ିଆ ପୁଅ ବୀରେନ୍ଦ୍ର ଲାକ୍ରା । ହକିରୁ ବୀରେନ୍ଦ୍ରଙ୍କ ସନ୍ନ୍ୟାସ ନେଇ ହକି ଇଣ୍ଡିଆ ଟ୍ୱିଟ୍ କରି ସୂଚନା ଦେଇଛି । ୩୧ ବର୍ଷୀୟ ଲାକ୍ରା ୨୦୧ ମ୍ୟାଚରେ ଭାରତର ପ୍ରତିନିଧିତ୍ୱ କରିଛନ୍ତି ।

ବିରେନ୍ଦ୍ର ଭାରତୀୟ ହକି ଟିମର ଷ୍ଟାର୍ ଡିଫେଣ୍ଡର ଥିଲେ । ସେ ଦୁଇଥର ଭାରତ ପକ୍ଷରୁ ଅଲିମ୍ପିକ୍ସରେ ପ୍ରତିନିଧିତ୍ୱ କରିଛନ୍ତି । ସେ ୨୦୧୨ ଲଣ୍ଡନ ଅଲିମ୍ପିକ୍ସରେ ଭାରତୀୟ ଦଳ ପାଇଁ ଖେଳିଥିବା ବେଳେ ୨୦୧୬ରେ ଅଲିମ୍ପିକ୍ସ ପାଇଁ ଚୟନ ହୋଇଥିଲେ ହେଁ ଆହତ କାରଣରୁ ଖେଳି ନଥିଲେ । ତେବେ ୨୦୨୧ ଟୋକିଓ ଅଲିମ୍ପିକ୍ସ ପାଇଁ ତାଙ୍କୁ ଭାରତୀୟ ଦଳରେ ସାମିଲ୍ କରାଯାଇଥିଲା । ସେ ମଧ୍ୟ ଅଲିମ୍ପିକ୍ସରେ ଭାରତୀୟ ଦଳର ଭାଇସ୍ କ୍ୟାପଟେନ୍ ଭାବେ ନିଯୁକ୍ତି ପାଇଥିଲେ । ଟୋକିଓରେ ଭାରତୀୟ ଦଳ ୪୧ ବର୍ଷର ପ୍ରତୀକ୍ଷା ପରେ ବ୍ରୋଞ୍ଜ ପଦକ ଜିତିଥିଲା ।

Leave A Reply

Your email address will not be published.