ରାଜ୍ୟରେ ଗୋଟିଏ ଦିନରେ ୪୭୮ କରୋନା ଆକ୍ରାନ୍ତ ଚିହ୍ନଟ

0 64

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୬୪୭୬

ଭୁବନେଶ୍ୱର : ରାଜ୍ୟରେ ଶନିବାର ଦିନ ୪୭୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୭୪୩୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୩ ହଜାର ୮୩୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୩୩୬ ରହିଛି । ଆଜି ଚିହ୍ନଟ ହୋଇଥିବା ୪୭୮ ଜଣଙ୍କ ମଧ୍ୟରୁ ୨୮୧ ଜଣ ସଂଗରୋଧରୁ ହୋଇଥିବା ବେଳେ୧୯୭ ଜଣ ସ୍ଥାନୀୟ ଲୋକ ରହିଛନ୍ତି । ଖୋର୍ଧା ଜିଲ୍ଲାରୁ ସବୁଠାରୁ ଅଧିକ ୨୧୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆଯାଇଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୫ ଜଣ ସଂକ୍ରମିତ , ଭଦ୍ରକରୁ ୪ ଜଣ ସଂକ୍ରମିତ ହୋଇଛନ୍ତି ।

କଟକରୁ ୫୭ ସଂକ୍ରମିତ ହୋଇଥିବା ବେଳେ ଢେଙ୍କାନାଳ ଜିଲ୍ଲାରୁ ୧୨ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୨ଜଣ , ଗଂଜାମ ଜିଲ୍ଲାରୁ ୩ଜଣ , ଜଗତସିଂହପୁର ଜିଲ୍ଲାରୁ ୨୯ ଜଣ, ଯାଜପୁରରୁ ୧୬ ଜଣ , ଝାରସୁଗୁଡ଼ାରୁ ୭ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କଳାହାଣ୍ଡି ଜିଲ୍ଲାରୁ ଜଣେ , କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୧୧ ଜଣ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ , ମୟୂରଭଞ୍ଜରୁ ୧୩ ଜଣ , ନୟାଗଡ଼ରୁ ୨ ଜଣ , ପୁରୀରୁ ୧୪ ଜଣ, ସମ୍ବଲପୁରରୁ ୧୨, ସୋନପୁରରୁ ୧ , ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ୍ ପୁଲରୁ ୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.