ଗଜପତି ଜିଲ୍ଲା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ହିତାଧିକାରୀଙ୍କୁ ବାଂଟିଲେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ

0 74

ଭୁୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଆସି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଛନ୍ତି ।

ମିଳିଥିବା ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାରଳାଖେମୁଣ୍ଡିରେ ପହଂଚି ୧୦ଜଣ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବଂଟନ କରିଥିଲେ ।

ଏହାଛଡ଼ା ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ୮୨୦ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ବିଧାୟକ କେ ନାରାୟଣ ରାଓ , ଜଗନ୍ନାଥ ସାରକା ଓ ୫-ଟି ସଚିବ ଭିକେ ପାଣ୍ଡିଆନ୍ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.