ରାଜ୍ୟରେ ଗୋଟିଏ ଦିନରେ ୪୦୭ କରୋନା ଆକ୍ରାନ୍ତ ଚିହ୍ନଟ

0 72

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୮୩୬୬

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୪୦୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୮୩୬୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୦୧୮ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୦୭୫ ରହିଛି।

ଆଜି ଚିହ୍ନଟ ହୋଇଥିବା ୪୦୭ ଜଣଙ୍କ ମଧ୍ୟରୁ ୨୩୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୬୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୬୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକରୁ ୬୩ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୨ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ, ଗଜପତି ଓ ଗଂଜାମ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଜଗତସିଂହପୁର ଜିଲ୍ଲାରୁ ୧୮ ଜଣ, ଯାଜପୁରରୁ ୧୭ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଚିହ୍ନଟ ହୋଇ ଥିବା ବେଳେ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୧୦ ଜଣ, କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୧୬୭ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ୧. ମୟୂରଭଞ୍ଜରୁ ୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୫ ଜଣ ସଂକ୍ରମିତ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୯ ଜଣ, ରାୟଗଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୧୧, ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୨ ଜଣ ଓ ଷ୍ଟେଟ୍ ପୁଲରୁ ୩୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.