୧୫ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

0 71

ଭୁୁବନେଶ୍ୱର : ଆସନ୍ତା ୨୪ଘଂଟା ମଧ୍ୟରେ ରାଜ୍ୟର ୧୫ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି । ଏହି ଜିଲ୍ଲାଗୁଡ଼ିକୁ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଅକ୍ଟୋବର ୬ରୁ ୭ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକୁ ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.