ରାଜ୍ୟରେ ଗୋଟିଏ ଦିନରେ ୫୯୩ କରୋନା ଆକ୍ରାନ୍ତ ଚିହ୍ନଟ

0 63

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯୪୧୨

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୫୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯୪୧୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୧୬୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୯୬୭ ରହିଛି।

ଆଜି ଚିହ୍ନଟ ହୋଇଥିବା ୫୯୩ ଜଣଙ୍କ ମଧ୍ୟରୁ ୨୬୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୮୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୨ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୯୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକରୁ ୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକରୁ ୮୪ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୨ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ , ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୨,ଜଗତସିଂହପୁର ଜିଲ୍ଲାରୁ ୨୨ ଜଣ, ଯାଜପୁରରୁ ୧୪ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଳାହାଣ୍ଡି ଜିଲ୍ଲାରୁ ୫, କନ୍ଧମାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୨୯୦ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୪ ଜଣ ସଂକ୍ରମିତ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୨୩ ଜଣ, ରାୟଗଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୯, ସୋନପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ୍ ପୁଲରୁ ୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.