ରାଜ୍ୟରେ ଗୋଟିଏ ଦିନରେ ୫୨୪ କରୋନା ଆକ୍ରାନ୍ତ ଚିହ୍ନଟ

0 66

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯୯୯୪

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୫୨୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯୯୯୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୩୫୮ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୧୧୧ ରହିଛି ।

ଆଜି ଚିହ୍ନଟ ହୋଇଥିବା ୫୨୪ ଜଣଙ୍କ ମଧ୍ୟରୁ ୩୦୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୧୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୫୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬, ବାଲେଶ୍ୱରରୁ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକରୁ ୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକରୁ ୭୫ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୨ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ , ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ଗଂଜାମ ଜିଲ୍ଲାରୁ ୩,ଜଗତସିଂହପୁର ଜିଲ୍ଲାରୁ ୧୫ ଜଣ, ଯାଜପୁରରୁ ୧୪ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଳାହାଣ୍ଡି ଜିଲ୍ଲାରୁ ୧ , କନ୍ଧମାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୫୦ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜରୁ ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ନୟାଗଡ଼ରୁ ୩ ଜଣ ସଂକ୍ରମିତ ହୋଇଥିବା ବେଳେ ନୂଆପଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ୍ ପୁଲରୁ ୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.