ଓଡ଼ିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି ଶପଥ ଗ୍ରହଣ କଲେ

0 71

ଭୁୁବନେଶ୍ୱର : ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ଯଶୱନ୍ତ ସିଂହ ଓ ଜଷ୍ଟିସ୍ ଅରିନ୍ଦମ୍ ସିହ୍ନା ଶୁକ୍ରବାର ଦିନ ଶପଥ ଗ୍ରହଣ କରିଛନ୍ତି । ହାଇକୋର୍ଟ ନୂତନ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଏହି ନୂଆ ଦୁଇ ବିଚାରପତିଙ୍କୁ ଶପଥ ପାଠ କରାଇଥିଲେ ।

ଆଜି ଦୁଇ ବିଚାରପତିଙ୍କ ଶପଥ ଗ୍ରହଣ ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୪ରେ ପହଂଚିଛି । ଏଠାରେ ସୂଚନା ଯୋଗ୍ୟ ଯେ ଓଡ଼ିଶା ହାଇକୋର୍ଟରେ ମଞ୍ଜୁରୀପ୍ରାପ୍ତ ବିଚାରପତି ସଂଖ୍ୟା ୨୭ ।

Leave A Reply

Your email address will not be published.